ପ୍ରସ୍ତୁତ ପୁସ୍ତକ, 'ବାସ୍ତୁ ଶାସ୍ତ୍ର ସୌଭାଗ୍ୟ' ରୁ ଉଦ୍ଧୃତ- ବାସ୍ତୁ ଶାସ୍ତ୍ର ସ୍ଥାପତ୍ୟ ବେଦର ଏକ ଅଙ୍ଗ ଅଟେ । ବେଦର ଅର୍ଥ ଜ୍ଞାନ ଅଟେ । “ ବିଶ୍ୱକର୍ମା ପ୍ରକାଶ ” ସବୁଠାରୁ ପ୍ରାଚୀନତମ ଗ୍ରନ୍ଥ ଅଟେ । ଏହାର ଲୋକପ୍ରିିୟତା ବିଶେଷ ଭାବେ ଉତର ଭାରତରେ ପାଳିତ ହେଉଅଛି । ବାସ୍ତୁ ଉପରେ ଅନ୍ୟାନ୍ୟ ଗ୍ରନ୍ଥ ଉପଲବ୍ଧ ଅଟେ । ଯଥା-ମତ୍ସ୍ୟ ପୁରାଣ , ଅଗ୍ନି ପୁରାଣ , ଭବିଷ୍ୟ ପୁରାଣ ଓ ବୃହତ ସଂହିଁତା । ଅନ୍ୟାନ୍ୟ ଗ୍ରନ୍ଥ ବାସ୍ତୁ ଉପରେ ବିଶେଷ ପରିଲିଖିତ ହେଉଅଛି ଯଥା-ମୟମତମ୍ , ମାନସାର , ସମରାଙ୍ଗଣ ସୁତ୍ରଧାର , ରାଜବଲ୍ଲଭ ଏବଂ ମନୁଷ୍ୟାଳୟ ଚନ୍ଦ୍ରିକା । ପ୍ରତିମା ବିଜ୍ଞାନ ନାମକ ଗ୍ରନ୍ଥ ବାସ୍ତୁର ଏକ ଅଭିନ୍ନ ଅଙ୍ଗ ଅଟେ । ଚାରୋଟି ବେଦ ଯଥା-ରିଗ୍ , ଯଜୁର୍ବେଦ , ଅଥର୍ବ ବେଦ ଏବଂ ଶାମବେଦ ଅଟେ । ଯଜୁର୍ବେଦରେ ରିଗ୍ବେଦର ଦେବତାଙ୍କର ମନ୍ତ୍ର ସହିତ ଆହୁତି ଦିଆଯାଇଥାଏ ଏବଂ ଏହି ବେଦରେ କର୍ମକାଣ୍ଡ ଉପରେ ବିସ୍ତୃତ ବର୍ଣ୍ଣନା କରାଯାଇଅଛି । ସାମ୍ବେଦରେ ରିଗ୍ବେଦର ମନ୍ତ୍ରକୁ କିପରି ଛନ୍ଦ ଓ ଗାୟନ ରୂପରେ ପ୍ରାର୍ଥନା କରାଯାଏ ତାହା ପ୍ରସ୍ତୁତ ହୋଇଅଛି । ଅଥର୍ବ ବେଦରେ ଜୀବନର ସମ୍ବନ୍ଧିତ ଜ୍ଞାନକୁ ବର୍ଣ୍ଣ ନା କରାଯାଇଅଛି । ବାସ୍ତୁ ଗ୍ରନ୍ଥ ଯଜୁର୍ବେଦର ଅଧିକ ନିକଟତର ଅଟେ । କାରଣ ଏହି ବେଦ ଯଜ୍ଞ ଉପରେ ବିଶେଷ ବର୍ଣ୍ଣନା କରିଅଛି । ବେଦ ବହିଗୁଡିକୁ କୈାଣସି ପୁରୁଷ ବ୍ୟକ୍ତି ଲେଖନାହାଁନ୍ତି । ତେଣୁ ...
Comments
Post a Comment